ଜାଲ ସାର୍ଟିଫିକେଟ ଦେଇ ଚାକିରୀ କରିବା ପଡିଲା ମହଙ୍ଗା, ନିଲମ୍ବିତ ହେଲେ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ

ଘଟଗାଁ(କେନ୍ୟୁଜ୍): ଜାଲ ସାର୍ଟିଫିକେଟ ଦେଇ ଚାକିରୀ କରିବା ପଡିଲା ମହଙ୍ଗା । କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅନ୍ତର୍ଗତ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ବେହେରାଙ୍କୁ ଜାଲ ସାର୍ଟିଫିକେଟ ଦେଇ ଚାକିରୀ କରିବା ଅଭିଯୋଗରେ ନିଲମ୍ବିତ କରାଯାଇଛି।
ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଚିଠି ନଂ ୮୧୨ ତା ୨୧-୦୫-୨୦୨୨ ରିଖ ଅନୁସାରେ ଶ୍ରୀ ବେହେରାଙ୍କୁ ନିଲମ୍ବିତ କରାଯିବା ସହ ନିଲମ୍ବନ ଅବଧିରେ ସେ ଜିଲ୍ଲା ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରତି କାର୍ଯ୍ୟ ଦିବସରେ ହାଜିରା ପକାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀ ବେହେରା ଦେଇଥିବା ଉତ୍କଳ ବିଶ୍ଵବିଦ୍ୟାଳୟର ବିଇଡି ସାର୍ଟିଫିକେଟ ନକଲି ବୋଲି ଜଣାପଡିବା ପରେ ଏପରି ପଦକ୍ଷେପ ନିଆଯାଇଛି।