ଆଜିଠୁ ଆରମ୍ଭ ହେଲା ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା

ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ। ଆଜିଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ସକାଳ ୬ଟା ରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ପକ୍ଷୀଗଣନା । ଏଥିପାଇଁ ୪ଟି ଟିମ୍ ଗଠନ କରାଯାଇଥିବା ବେଳେ ପ୍ରତି ଟିମ୍ ରେ ୪ରୁ ଊର୍ଦ୍ଧ୍ବ ବନକର୍ମଚାରୀ ରହିଛନ୍ତି ।

ରାଜନଗର (କେନ୍ୟୁଜ): ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ। ଆଜିଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ସକାଳ ୬ଟା ରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ପକ୍ଷୀଗଣନା । ଏଥିପାଇଁ ୪ଟି ଟିମ୍ ଗଠନ କରାଯାଇଥିବା ବେଳେ ପ୍ରତି ଟିମ୍ ରେ ୪ରୁ ଊର୍ଦ୍ଧ୍ବ ବନକର୍ମଚାରୀ ରହିଛନ୍ତି ।

ମଠଆଡିଆ, ଲଷ୍ମୀପ୍ରସାଦ ଡିଆ ଓ ଦୁର୍ଗାପ୍ରସାଦ ଡିଆରେ ୩ଟି ଟିମ୍ ରହିଛନ୍ତି । ସେହିପରି ରାଜନଗର ରେଞ୍ଜ ଅଧୀନରେ ନୂଆ କରି ଏକମାଣିଆ ଡିଆ ଠାରେ ଅନ୍ୟ ଏକ ଟିମ ପକ୍ଷୀ ଗଣନା କରୁଛି । ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ସଂଖ୍ୟକ ପକ୍ଷୀ ଗଣନା କରାଯିବା ନେଇ ବନବିଭାଗ ଆଶା ରଖିଥିବା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.