ଆଜି ହାଇକୋର୍ଟରେ ବିରଜା ରଥଯାତ୍ରା ମାମଲାର ହେବ ଶୁଣାଣି

ଯାଜପୁର: ଆଜି ହାଇକୋର୍ଟରେ ବିରଜା ରଥଯାତ୍ରା ମାମଲାର ହେବ ଶୁଣାଣି । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୁକ୍ତି ମଣ୍ଡପ ସେବାୟତ ପରିଷଦ । ପ୍ରତିବର୍ଷ ଦୂର୍ଗା ପୂଜା ଅବସରରେ ମା ବିରଜାଙ୍କର ସ୍ୱତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ । କିନ୍ତୁ ଚଳିତ ବର୍ଷ କୋରୋନା କଟକଣା ଯୋଗୁ କୌଣସି ଧାର୍ମିକ କାର୍ଯ୍ୟକ୍ରମ ହୋଇପାରିବ ନାହିଁ ବୋଲି ନିୟମ ରହିଛି ।

ଚଳିତ ବର୍ଷ ମଳ ମାସ ପଡୁଥିବାରୁ ମାଙ୍କ ଦୂର୍ଗାପୂଜା ୪୬ ଦିନ ଧରି ଚାଲିବ ଏବଂ ମାଙ୍କ ରଥଯାତ୍ରା ଆସନ୍ତା ଅକ୍ଟୋବର ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ୯ ଦିନ ଧରି ଅନୁଷ୍ଠିତ ହେବା ପାଇଁ ସ୍ଥିର ହୋଇଛି । ସେଥିପାଇଁ ମାଙ୍କ ରଥଯାତ୍ରା ପରମ୍ପରାକୁ ରକ୍ଷା କରିବା ପାଇଁ ମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ନିବେଦନ କରାଯାଇଛି ।

ରଥଯାତ୍ରା ସମୟରେ କୋଭିଡ ନିୟମକୁ କଡାକଡି ଭାବେ ପାଳନ କରିବା ସହିତ ହାଇକୋର୍ଟ ଅନ୍ୟ ଯେଉଁ ସବୁ ସର୍ତ ରଖିବେ ତାକୁ ମାନି ରଥାଯାତ୍ରା କରାଯିବ ବୋଲି ସେବାୟତ ପରିଷଦ ପକ୍ଷରୁ ଅଦାଲତଙ୍କୁ ଦର୍ଶାଯାଇଛି । ବିରଜା ରଥଯାତ୍ରା ନେଇ ହାଇକୋର୍ଟରେ ଏ ପର୍ଯ୍ୟନ୍ତ ୪ଟି ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ମୁକ୍ତି ମଣ୍ଡପ ସେବାୟତ ପରିଷଦ, ଜିଲା ଓକିଲ ସଂଘ,ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ଓ ବିରଜା ବାହିନୀ ପକ୍ଷରୁ ପୃଥକ ପୃଥକ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.