ରାଜ୍ୟ

ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲା ବିର୍ମା ମୁଣ୍ଡା ଷ୍ଟାଡିୟମ, ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ 5T ସଚିବ

ରାଉରକେଲା(କେନ୍ୟୁଜ୍):  ଗିନିସ ବୁକ୍‌ ଅଫ ରେକର୍ଡସରେ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମ। ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। 5T ସଚିବ ଭି କେ ପାଣ୍ଡିଆନ ତାଙ୍କ ଇନ୍‌ଷ୍ଟାଗ୍ରାମ ପେଜରେ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଖୁସି ବାଣ୍ଟିବା ସମୟର ଭିଡିଓ ପୋଷ୍ଟ କରିଛନ୍ତି।
୨୧ ହଜାର ଦର୍ଶକ ବସିବା କ୍ଷମତା ବିଶିଷ୍ଟ ଏହି ନବ ନିର୍ମିତ ହକି ଷ୍ଟାଡିୟମ ଚଳିତ ମାସରେ ଲୋକାର୍ପିତ ହୋଇଥିଲା। ଗତ ୧୩ ତାରିଖରେ ଏଠାରେ ପ୍ରଥମ ଆନ୍ତର୍ଜାତିକ ମ୍ୟାଚ୍‌ ଖେଳାଯାଇଥିଲା। ଏହି ଷ୍ଟାଡିୟମ ନିର୍ମାଣ କାମ ୧୫ ମାସ ଭିତରେ ଶେଷ ହୋଇଥିଲା। ହକିର ବିକାଶ, ପ୍ରଚାର ପ୍ରସାର ଓ ରାଜ୍ୟରେ ହକି ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ରାଉରକେଲାରେ ପ୍ରାୟ ୨୬୦ କୋଟି ଟଙ୍କା ବ୍ୟୟରେ ଏହି ଅନ୍ତର୍ଜାତୀୟ ମାନର ଷ୍ଟାଡିୟମ ନିର୍ମାଣ କରିଛନ୍ତି। ଏହି ଷ୍ଟାଡିୟମରେ ଚଳିତ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ ସହ ଅନେକ ମ୍ୟାଚ୍‌ ଖେଳାଯାଇଛି। ଷ୍ଟାଡିୟମ ପରିସରରେ ଖେଳାଳିଙ୍କ ରହଣି ପାଇଁ ହକି ଭିଲେଜ ମଧ୍ୟ ନିର୍ମାଣ କରାଯାଇଛି।

 

 

 

 

KNews Bureau

Recent Posts

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

11 mins ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

7 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

10 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

13 hours ago