୬ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲେ ବିଜେଡି

କେନ୍ୟୁଜ୍(ବ୍ୟୁରୋ):  ବିଭିନ୍ନ ଜିଲ୍ଲାରେ ସଂଗଠନ କାର୍ଯ୍ୟ ତଦାରଖ ପାଇଁ ବିଜେଡି ୬ ବରିଷ୍ଠ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛି। ନିରଞ୍ଜନ ପୂଜାରୀ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ମହେଶ୍ୱର ମହାନ୍ତି ଓ ପ୍ରତାପ ଜେନାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ନିରଞ୍ଜନ ପୂଜାରୀଙ୍କୁ ୪ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ର ଦାୟିତ୍ୱ ଦିଆଯାଇଛି। ପ୍ରସନ୍ନ ଆଚାର୍ଯ୍ୟଙ୍କୁ ୬ଟି ଜିଲ୍ଲା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଭଦ୍ରକ, ଓ ବାଲେଶ୍ୱର ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ପ୍ରମିଳା ମଲ୍ଲିକଙ୍କୁ ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

ସେହିପରି ଦେବୀ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି। ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ହୋଇଛନ୍ତି ମହେଶ୍ୱର ମହାନ୍ତି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ପ୍ରତାପ ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.