ପ୍ରତାପ ଓ ସଞ୍ଜୟଙ୍କୁ ବିଜେଡିର ବଡ ଦାୟିତ୍ୱ, କେନ୍ଦ୍ରପଡ଼ା ଓ ଭଦ୍ରକ ପାଇଁ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ

ବିଧାୟକ ପ୍ରତାପ ଜେନା ଓ ସଞ୍ଜୟ ଦାସବର୍ମାଙ୍କୁ ବଡ ଦାୟିତ୍ୱ । ପ୍ରତାପ ଜେନାଙ୍କୁ କେନ୍ଦ୍ରପଡ଼ା ଏବଂ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି ବିଜୁ ଜନତା ଦଳ । ଉଭୟ ନେତାଙ୍କୁ ପର୍ଯ୍ୟବେପକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ଏନେଇ ଦଳ ପକ୍ଷରୁ ପ୍ରେସ୍‌ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ବିଧାୟକ ପ୍ରତାପ ଜେନା ଓ ସଞ୍ଜୟ ଦାସବର୍ମାଙ୍କୁ ବଡ ଦାୟିତ୍ୱ । ପ୍ରତାପ ଜେନାଙ୍କୁ କେନ୍ଦ୍ରପଡ଼ା ଏବଂ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି ବିଜୁ ଜନତା ଦଳ । ଉଭୟ ନେତାଙ୍କୁ ପର୍ଯ୍ୟବେପକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ଏନେଇ ଦଳ ପକ୍ଷରୁ ପ୍ରେସ୍‌ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି । ତେବେ ବାଚସ୍ପତି ଭାବେ ପ୍ରମିଳା ଶପଥ ନେବା ପରେ ପ୍ରତାପଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି ଦଳ ।

ନୂଆ ଦାୟିତ୍ୱ ପାଇବା ପରେ ସଞ୍ଜୟ କହିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି, ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି। ଏବେ ଯେଉଁ ଦାୟିତ୍ଵ ମିଳିଛି ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି। ମୋ ଉପରେ ଭରସା, ବିଶ୍ବାସ ଓ ଆସ୍ଥା ପ୍ରକଟ କରିଥିବାରୁ ମୁଁ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ସଞ୍ଜୟ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.