ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରଗରମ ରାଜନୀତି, ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ପ୍ରବଳ ଖରା ତାତି ଭିତରେ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ଝାରସୁଗୁଡ଼ା (କେନ୍ୟୁଜ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ପ୍ରବଳ ଖରା ତାତି ଭିତରେ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ସମୟରେ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ ଓ ଶାରଦା ନାୟକ ସାମିଲ ହୋଇଥିଲେ ।

ଏଥିସହ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରୀତା ସାହୁ, ବିଧାୟକ ଅରୁଣ ସାହୁ, ସ୍ନେହାଙ୍ଗିନୀ ଛୁରିଆ, ପ୍ରତାପ ଦେବ, ପଦ୍ନନାଭ ବେହେରାଙ୍କ ସହ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ । ଏହାପୂର୍ବରୁ ଦୀପାଳି ମନମୋହନ ଏମଇ ସ୍କୁଲରୁ ବିଶାଳ ଶୋଭାଯାତ୍ରାରେ ବାହାରି ଉପଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ । ରାଲିରେ ଶହ ଶହ ନେତା ଓ କର୍ମୀ ସାମିଲ ହୋଇଥିଲେ । ଗତକାଲି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଏବଂ ଗତ ୧୫ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିିଥିଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.