ରାଜ୍ୟ

ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ, ପଶ୍ଚିମ ଓଡିଶା ବିକାଶ ପରିଷଦର ଥିଲେ ଅଧ୍ୟକ୍ଷ

ଭୁବନେଶ୍ୱର: ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ। ୫୪ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ବିଳମ୍ବିତ ରାତି ୩ଟା ୫ ସମୟରେ ପରଲୋକ ହୋଇଥିବା ସୂଚନା ମିଳିଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପିଡୀତ ହୋଇ ଚିକିତ୍ସିତ ହେଉଥିଲେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଥିଲେ ସୁବାସ। ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ହିନ୍ଦୁ ଜାଗରଣ ମଞ୍ଚ ସଭାପତି ଥିଲେ।

୨୦୧୯ ମାର୍ଚ୍ଚରେ ସେ ବିଜେଡିରେ ସାମିଲ ହୋଇଥିଲେ। ୨୦୧୯ ସେପ୍ଟେମ୍ବର ୧୮ରୁ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ହୋଇଥିଲେ ସୁବାସ। ତାଙ୍କ ବିୟୋଗରେ ରାଜନୈତିକ ମହଲ ସହ ସମଗ୍ର ବରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।ସୁବାସ ଚୌହାନଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ। ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ନବୀନ। ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

7 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

40 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

42 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

49 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

57 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

58 mins ago