ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି । ଆଜି ପ୍ରାର୍ଥୀ ଘୋଷଣା କରିବା ନେଇ ଯଥେଷ୍ଟ ସମ୍ଭାବନା ରହିଛି । ତେବେ ଦଳ କାହାକୁ କରିବ ପ୍ରାର୍ଥୀ ? ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ ନା ପୁଅ ରୁଦ୍ର ମହାରଥୀ ।

କାହାକୁ କରାଯିବ ପ୍ରାର୍ଥୀ ତା ଉପରେ ନଜର ରହିଛି । ପ୍ରାର୍ଥୀ କିଏ ହେବେ ସେନେଇ ନିଷ୍ପତ୍ତି ସରିଛି କେବଳ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା ରହିଛି । ଯୁବ ନେତୃତ୍ୱକୁ ବିଜେଡି ଟିକେଟ୍‌ ଦେଇପାରେ ବୋଲି ଚର୍ଚ୍ଚା ହେଉଛି । ଗତକାଲି ପିପିଲି ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଦଳ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି । ତେଣୁ ଏବେ ବିଜେଡିର ପ୍ରାର୍ଥୀ ଘୋଷଣା ଉପରେ ନଜର ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.