Categories: ରାଜ୍ୟ

ଦିଲ୍ଲୀରେ ବିଜେଡି ସଂସଦୀୟ ଦଳ ବୈଠକରେ ନିଷ୍ପତ୍ତି, ବାଚସ୍ପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ଦଳ

ନୂଆଦିଲ୍ଲୀ(କେନ୍ୟୁଜ୍): ଆସନ୍ତାକାଲି ବାଚସ୍ପତି ନିର୍ବାଚନ । ଏନ୍‌ଡିଏ ପ୍ରାର୍ଥୀ ଓମ୍‌ ବିର୍ଲାଙ୍କୁ ସମର୍ଥନ କରିବ ବିଜେଡି । ଦିଲ୍ଲୀରେ ଚାଲିଥିବା ବିଜେଡି ସଂସଦୀୟ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏ ନେଇ ଲୋକସଭାରେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର ସୂଚନା ଦେଇଛନ୍ତି । ପୂର୍ବରୁ ବାଚସ୍ପତି ନିର୍ବାଚନରେ ସମର୍ଥନ ପାଇଁ ଏନଡିଏ ପକ୍ଷରୁ ବିଭିନ୍ନ ଦଳକୁ ଅନୁରୋଧ କରାଯାଇଥିଲା । ସେହିପରି ଆସନ୍ତାକାଲି ଉପବାଚସ୍ପତି ନିର୍ବାଚନ ହେବ । ଉପବାଚସ୍ପତି ପଦ ଉପରେ ରହିଛି ଦଳର ନଜର । ଏଥିପାଇଁ ବିଜେଡି ସାଂସଦ ଭର୍ତ୍ତୃହରିଙ୍କ ନାଁ ଚର୍ଚ୍ଚାରେ ରହିଛି ।

ସେହିପରି ଶିବ ସେନା ମଧ୍ୟ ଉପବାଚସ୍ପତି ପଦ ଦାବି କରିଛି । ଅନ୍ୟପଟେ ଜଗନମୋହନଙ୍କ ଓ୍ଵାଏସ୍‌ଆର କଂଗ୍ରେସକୁ ମଧ୍ୟ ଏହି ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ତେଣୁ ଉପବାଚସ୍ପତି ନିର୍ବାଚନ ନେଇ କ’ଣ ରହିବ ବିଜେଡିର ଆଭିମୁଖ୍ୟ ତା’ ଉପରେ ଆଜିର ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି, ମହାନଦୀ ପ୍ରସଙ୍ଗ ଓ ସଂସଦରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବିଲ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଏହା ସହ ବଜେଟ୍‌ ଅଧିବେଶନ ବେଳେ ଗୃହର ରଣନୀତି ଓ ଗୃହ ପରିଚାଳନାକୁ ନେଇ ସାଂସଦମାନେ ଆଲୋଚନା କରିଛନ୍ତି । ସାଂସଦମାନେ ଉପସ୍ଥାପନ କରିବାକୁ ଥିବା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ଚଳିତ ଲୋକସଭାରେ ବିଜେଡିର ୧୨ ଜଣ ସାଂସଦ ଅଛନ୍ତି ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago