ଖୁବ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ ହେବେ ବିଜେଡି ସଭାପତି ନବୀନ ପଟ୍ଟନାୟକ, ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି

ଭୁବନେଶ୍ୱର : ଖୁବ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ ହେବେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ଏନେଇ ବିଜେଡି ପକ୍ଷରୁ ଏକ୍ସରେ କୁହାଯାଇଛି । ଡିହାଇଡ୍ରେସନ କାରଣରୁ ଭୁବନେଶ୍ୱରର ଏକ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାବାସୀଙ୍କ ଭଲପାଇବା ତାଙ୍କ ସହ ରହିଛି ।

ଖୁବଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି କହିଛି ବିଜେଡି ।  ନବୀନଙ୍କ ଅସୁସ୍ଥତା ଖବର ପାଇ ଡାକ୍ତରଖାନା ଯାଇ ବିଜେଡିର ବହୁ ନେତା ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଡାକ୍ତରଖାନା ଗସ୍ତ କରି ନବୀନଙ୍କୁ ଯୋଗାଇ ଦିଆଯାଉଥିବା ଚିକିତ୍ସା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ନବୀନଙ୍କ ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।