ବବିଙ୍କ ଟ୍ବିଟ୍: ଅଣ୍ଡାମାଡ଼ କୋଟି କୋଟି ଓଡିଆଙ୍କୁ ମର୍ମାହତ କରିଛି, ବିଜେପି ତୁରନ୍ତ ଓଡିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କରୁ

କେନ୍ୟୁଜ୍(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟା ସାରି ଫେରିବା ବେଳେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌ ଉପରେ ଅଣ୍ଡାମାଡ଼ ଘଟଣାକୁ ବିଜେଡି ତୀବ୍ର ନିନ୍ଦା କରିଛି । ବିଜେଡି ସଂଗଠନ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ଵିଟ୍‌ କରି କହିଛନ୍ତି, ମହତ କାମରେ ଯୋଗ ଦେଇ ଫେରିବା ବେଳେ ଅଣ୍ଡମାଡ଼ ଘଟଣା ଲଜ୍ଜାଜନକ । ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, ଆପଣଙ୍କ ଦଳର ଜଣେ ନେତା ଏହି ଘୃଣ୍ୟ କାର୍ଯ୍ୟ କରିଥିବାର ବାହାବା ନେଉଛନ୍ତି ।

ବିଜେପି ସବୁବେଳେ ହିନ୍ଦୁ ସଂସ୍କାର ଓ ସଂସ୍କୃତି ବିଷୟରେ ଗୁରୁତ୍ୱ ଦେଇ ଆସିଛି । ଜଗନ୍ନାଥ ସଂସ୍କୃତି ହେଉଛି ଓଡ଼ିଆ ଜାତିର ପରିଚୟ । ମହାପ୍ରଭୁଙ୍କ ସେବା କରି ଆସିଥିବା ଲୋକଙ୍କ ଉପରେ ଆମିଷ ଦ୍ରବ୍ୟ ନିକ୍ଷେପ କରିବା ଓଡ଼ିଆ ଜାତି ଓ କୋଟି କୋଟି ଓଡ଼ିଆଙ୍କୁ ମର୍ମାହତ କରିଛି । ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରି ସେହି ଭୁଲ୍‌ କରିଥିବା ବିଜେପି ନେତାଙ୍କୁ ଓଡ଼ିଶାବାସୀଙ୍କ ପାଖରେ କ୍ଷମା ପ୍ରାର୍ଥନା ପାଇଁ ନିର୍ଦ୍ଦେଶ ଦିନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିଛନ୍ତି ପ୍ରଣବ ପ୍ରକାଶ ଦାସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.