ରାଜ୍ୟ

ରାଜଧାନୀରେ ବିଜେଡି ସୁପ୍ରିମୋଙ୍କ ମେଗା ରୋଡ ସୋ

ଭୁବନେଶ୍ୱର : ରାଜଧାନୀରେ ବିଜେଡି ସୁପ୍ରିମୋଙ୍କ ସୁପର ସୋ । ମେଗା ରୋଡ ସୋ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଙ୍ଗନଗର ଛକରୁ ବାହାରିଥିଲା ରୋଡ ସୋ । ସ୍ବତନ୍ତ୍ର ବସ ଯୋଗେ ରୋଡ୍ ସୋ’ରେ ବାହାରିଥିଲେ ନବୀନ । ବାଟରେ ବିଭିନ୍ନ ସ୍ଥାନରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ନିଜର ପ୍ରିୟ ଜନନାୟକଙ୍କୁ ଦେଖିବାକୁ ରାସ୍ତାର ଉଭୟ ପାର୍ଶ୍ବରେ ହଜାର ହଜାର ଲୋକଙ୍କ ଭିଡ଼ ଲାଗିଥିଲା । ହାତ ହଲାଇ ଅଭିବାଦନ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ । ଆପଣମାନେ ଖୁସିତ ବୋଲି ଜନତାଙ୍କୁ ପଚାରିଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଅପିଲ୍ କରିଥିଲେ ।

ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଅପିଲ୍ କରିଛନ୍ତି ବିଜେଡି ସୁପ୍ରିମୋ । ରୋଡ ସୋ ବେଳେ ମଝିରେ ମଝିରେ ଉଦବୋଧନ ଦେଇଥିଲେ । ଜୁଲାଇରୁ ବିଜୁଳି ବିଲ୍ ଫ୍ରି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ରୋଡ୍ ସୋ ବେଳେ ଉପସ୍ଥିତ ଥିଲେ ବିଜେଡିର ମୁଖ୍ୟ ନିର୍ବାଚନ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago