Below header

ଆସନ୍ତା ୩୦ରେ ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ

ଚଳଚଞ୍ଚଳ ବିଜେଡି ଶିବିର । ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିବେ ।

କେନ୍ୟୁଜ: ୩୦ରେ ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଭରିବେ ନବୀନ । ଚଳଚଞ୍ଚଳ ବିଜେଡି ଶିବିର । ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିବେ । ସେଦିନ ମୁଖ୍ୟମନ୍ତ୍ରୀ ପ୍ରଥମେ ମାଆ ତାରାତାରିଣୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିବେ । ଏହାପରେ ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହିଞ୍ଜିଳି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ।

ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନ ଦାଖଲ କାର୍ଯ୍ୟକ୍ରମରେ ବହୁ ବିଜେଡି ନେତା ଓ କର୍ମୀ ସାମିଲ ହେବେ । ଗତ ୨୩ ତାରିଖରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀ ପ୍ରଚାର ଆରମ୍ଭ କରିଥିଲେ । ଏହାପରେ ୩୦ ତାରିଖରେ ଦ୍ଵିତୀୟ ଗସ୍ତରେ ଯିବେ । ଗୋଟିଏ ମାସରେ ଦୁଇ ଦୁଇ ଥର ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡି ନେତା ଓ କର୍ମୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ଏଥର ହିଞ୍ଜିଳି ସହ କଣ୍ଟାବାଞ୍ଜି ବିଧାନସଭା ଆସନରୁ ନିର୍ବାଚନ ଲଢୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.