ଆସନ୍ତାକାଲି କେନ୍ଦୁଝର ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ୧୦ଟା୧୫ ମିନିଟ୍ ରେ ପ୍ରଥମେ ସଦର ନିର୍ବାଚନ ମଣ୍ଡଳୀର ସିଲିସୁଆଁ ଫୁଟବଲ୍ ପଡିଆରେ ବିମାନ ଯୋଗେ ଅବତରଣ କରି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ ।

କେନ୍ଦୁଝର : ଆସନ୍ତାକାଲି କେନ୍ଦୁଝର ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ୧୦ଟା୧୫ ମିନିଟ୍ ରେ ପ୍ରଥମେ ସଦର ନିର୍ବାଚନ ମଣ୍ଡଳୀର ସିଲିସୁଆଁ ଫୁଟବଲ୍ ପଡିଆରେ ବିମାନ ଯୋଗେ ଅବତରଣ କରି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ ।

ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏଠାରେ ୪୦ ହଜାର ଲୋକଙ୍କର ବସିବା ପାଇଁ ଆୟୋଜନ କରାଯାଇଥିବା ବେଳେ, ୫ଟି ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ତଥା ସାଂସଦ ପ୍ରାର୍ଥୀ ଉପସ୍ଥିତ ରହିବେ । ଏହାପରେ ମୁଖ୍ୟମନ୍ତ୍ରୀ ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ହାଟଡିହି ନିକଟ ଅଣା ଫୁଟବଲ୍ ପଡିଆରେ ୧୧ଟା ୧୫ ମିନିଟ୍ ରେ ପହଞ୍ଚି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କର ଗସ୍ତ କାର୍ଯ୍ୟକ୍ରମ ପାଇଁ ପୋଲିସ୍‌ ତରଫରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି  ।

 

Leave A Reply

Your email address will not be published.