ରାଜ୍ୟ

ପୁଣି ଶଙ୍ଖ : ହିନ୍ଦୋଳ ଓ ଅତାବିରା ହାତେଇଲା ବିଜେଡି

ଢେଙ୍କାନାଳ (କେନ୍ୟୁଜ): ବିଜେଡି ହାତେଇଲା ହିନ୍ଦୋଳ ଏନଏସି। ଲଗାତାର ଦ୍ୱିତୀୟ ଥର ପାଇଁ ହିନ୍ଦୋଳ ଏନଏସି ଅକ୍ତିଆର କରିଛି ବିଜୁ ଜନତା ଦଳ। ହିନ୍ଦୋଳ ଏନଏସି ନିର୍ବାଚନରେ ବିଜୁ ଜନତା ଦଳର ଚେୟାରମ୍ୟାନ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ୪୨୪ ଖଣ୍ଡ ଭୋଟରେ ବିଜୟୀ।ମୋଟ ୧୬ ରାଉଣ୍ଡରେ ବିଜେପି ଚେୟାରମ୍ୟାନ ପ୍ରାର୍ଥୀ ସୋଭାଗିନୀ ପ୍ରଧାନ ୩୯୨୩ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡିର କେଶବ ଚନ୍ଦ୍ର ପ୍ରଧାନ ପାଇଛନ୍ତି ୪୩୪୭ ଖଣ୍ଡ ଭୋଟ।

ଠିକ ସେହିଭଳି ୧୬ଟି ୱ।ର୍ଡରୁ ବିଜୁ ଜନତା ଦଳ ୧୧ଟି ୱ।ର୍ଡ ନିଜ ଅକ୍ତିଆରକୁ ନେଇଥିବା ବେଳେ ଭାରତୀୟ ଜନତା ପାର୍ଟି ବିଜେପି ହାତକୁ ଯାଇଛି ପାଞ୍ଚଟି ୱ।ର୍ଡ।୫ନମ୍ବର ୬ନମ୍ବର ୯ନମ୍ବର ୧୨ ନମ୍ବର ୧୩ ନମ୍ବର ୱ।ର୍ଡକୁ ଛାଡିଦେଲେ ବାକି ୧୧ଟି ୱ।ର୍ଡରେ ବିଜେଡି କାଉନସିଲର ବିଜୟୀ ହୋଇଛନ୍ତି।

ସେହିପରି ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବାଜି ମାରିଲା ବିଜେଡି। ଅଧ୍ୟକ୍ଷ ପଦ ସହ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛି। ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ ବନମାଳି ବରିହା ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ସବିତା ଭୁଏଙ୍କ ଠାରୁ ୪ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।

Barsha

Recent Posts

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

8 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

15 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

29 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

41 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

53 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

2 hours ago