Categories: ରାଜ୍ୟ

ଭୁବନେଶ୍ୱର ମଧ୍ୟ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରକୁ ବୋମାମାଡ଼, ହାତ ଓ ମୁଣ୍ଡରେ ଲାଗିଛି ଗଭୀର ଆଘାତ

କେନ୍ୟୁଜ୍ : ତୃତୀୟ ପର୍ଯ୍ୟାୟ ନିର୍ବାଚନର ଦିନକ ପୂର୍ବରୁ ରାଜଧାନୀରେ ରାଜନୈତିକ ହିଂସା। ଭୁବନେଶ୍ୱର ମଧ୍ୟ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରକୁ ବୋମାମାଡ଼। ଝାରପଡ଼ା ଅଞ୍ଚଳରେ ବୋମାମାଡ଼ର ଶିକାର ହୋଇଛନ୍ତି ଅନନ୍ତ। ତାଙ୍କ ହାତ ଓ ମୁଣ୍ଡରେ ଆଘାତ ଲାଗିଛି। ଏହାସହ ତାଙ୍କ ଗାଡ଼ି କାଚକୁ ମଧ୍ୟ ଭଙ୍ଗାରୁଜା କରାଯାଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଅନନ୍ତଙ୍କ ସହଯୋଗୀ ମଧ୍ୟ ଆହତ ହୋଇଛନ୍ତି।

ଚିକିତ୍ସା ପାଇଁ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ କିଏ ବୋମାମାଡ଼ କଲା ତାହା ସ୍ପଷ୍ଟ ହୋଇନାହିଁ। ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାର ଖୋଳତାଡ କରୁଛି । ସେପଟେ ଭୁବନେଶ୍ୱର ମଧ୍ୟ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ବୋମାମାଡ଼ ନେଇ ବିଜେପି ଅଭିଯୋଗ ଆଣିଥିବାରୁ ପ୍ରତିକ୍ରିୟା ରଖିଛି ବିଜେଡି। ବିଜେପିର ଏହା ପ୍ରାୟୋଜିତ ବୋମାମାଡ଼। ଏଥିରେ ସତ୍ୟତା ନାହିଁ। ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ନେତାଙ୍କ ଲାଇ ଡିଟେକ୍ଟର ଓ ନାର୍‌କୋ ଆନାଲିସିସ ଟେଷ୍ଟ ପାଇଁ ଦାବି କରିଛି ଦଳ। ଏନେଇ ବିଜେଡିର ଏକ ପ୍ରତିନିଧି ମଣ୍ଡଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବି କରିଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

4 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago