Categories: ରାଜ୍ୟ

ଯାଜପୁର: ପୋଲିସ ଜୁଲମ ପ୍ରତିବାଦରେ ଥାନା ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ଧାରଣା

ଯାଜପୁର ଟାଉନ(କେନ୍ୟୁଜ୍): ପୋଲିସ ଜୁଲମ ପ୍ରତିବାଦରେ ଥାନା ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ଧାରଣା । ଯାଜପୁର ଜିଲ୍ଲା ବିଂଝାରପୁର ଥାନା ସମ୍ମୁଖରେ ଆଜି ଏହି ଧାରଣା ଦିଆଯାଇଛି । ପୋଲିସ ପ୍ରକୃତ ଅଭିଯୁକ୍ତଙ୍କୁ ଘଂଟ ଘୋଡାଉଥିବା ବେଳେ ନିରିହ ଜନତାଙ୍କୁ ଗିରଫ କରିବା ସହ ମିଛ ଦଫା ଲଗାଇ କୋର୍ଟ ଚାଲାଣ କରୁଛି ।

 

ସରକାରୀ ଦଳର ଚାଟୁକାର ସାଜି ଗତ ୨ତାରିଖରେ ବିଂଝାରପୁର ବ୍ଲକ କଲ୍ୟାଣପୁର ପଂଚାୟତର ନିଲମ୍ବିତ ସରପଂଚଙ୍କ ସ୍ୱାମୀଙ୍କୁ ପୋଲିସ ଆକ୍ରୋସମୁଳକ ଭାବେ ଗିରଫ କରିବା ସହ ତାଙ୍କ ବିରୁଦ୍ଧରେ ମିଛ ଦଫା ଲଗାଇ କୋର୍ଟ ଚାଲାଣ କରିବା ଘଟଣାକୁ ଏମାନେ ତିବ୍ରନିନ୍ଦା କରିଛନ୍ତି ।

ପ୍ରକୃତ ଦୋଷୀଙ୍କ ବିରୁଦ୍ଧରେ ପୋଲିସ କାର୍ଯ୍ୟାନୁଷ୍ଠାନ କରିବାର ପ୍ରତିସୃତି ଦେବା ସହ ସପ୍ତାହ ମଧ୍ୟରେ ଏହା କାର୍ଯ୍ୟକାରୀ ନକଲେ ଆନ୍ଦୋଳନ ତିବ୍ରତର କରାଯିବ ବୋଲି ବିଜେପି ପକ୍ଷରୁ ଚେତାବ ନୀ ଦିଆଯାଇଛି ।

Sasmita

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

30 mins ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

4 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

4 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

5 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

5 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

5 hours ago