ଭୁବନେଶ୍ୱର : ଆଜିଠୁ ଓଡ଼ିଶାରେ ଆରମ୍ଭ ହେବ ବିଜେପିର ସଦସ୍ୟତା ଅଭିଯାନ । ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ବିଜେପିର ସଦସ୍ୟ ଅଭିଯାନ ନେଇ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଅଭିଯାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଉପସ୍ଥିତ ରହିବେ । ଓଡ଼ିଶାରେ ଏକ କୋଟି ସଦସ୍ୟଙ୍କୁ ବିଜେପିରେ ସାମିଲ କରିବା ପାଇ ପଦ୍ମ କ୍ୟାମ୍ପ ଟାର୍ଗେଟ କରିଛି ।
୧୮ ବର୍ଷରୁ ଅଧିକ ହୋଇଥିଲେ ବିଜେପିରେ ସାମିଲ ହୋଇ ପାରିବେ । ଉଭୟ ଅନ ଲାଇନ ଏବଂ ଅଫ ଲାଇନ ମାଧ୍ୟମରେ ସଦସ୍ୟ ହୋଇପାରିବେ । ନମୋ ଆପ୍ , କ୍ୟୁଆର କୋର୍ଡ ସହିତ ବିଜେପିର ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ଘରକୁ ଘର ଯାଇ ସଦସ୍ୟତା ଅଭିଯାନକୁ ସଫଳ କରିବେ । ବିଜେପିର ପ୍ରତି ୬ ବର୍ଷରେ ଥରେ ପ୍ରାଥମିକ ସଦସ୍ୟତା ଅଭିଯାନ ହୋଇଥାଏ । ଏହି ଅଭିଯାନରେ ସମାଜର ସବୁବର୍ଗର ଓ ସବୁସ୍ତରର ଲୋକ ଏଥିରେ ସାମିଲ କରିବା ପାଇଁ ଲକ୍ଷ୍ୟ ରଖିଛି ବିଜେପି । ଚଳିତ ମାସ ୨୫ ତାରିଖ ପର୍ଯ୍ୟନ୍ତ ଓ ଅକ୍ଟୋବର ୨ ରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଭିଯାନ ।