ପୁରୀ(କେନ୍ୟୁଜ୍):ଶ୍ରୀଜିଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ସିଂହଦ୍ୱାର ସମ୍ମୁଖରେ ତାଙ୍କୁ ଦଳ ପକ୍ଷରୁ ସ୍ୱାଗତ କରାଯାଇଥିଲା। ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। କୌଳିକ ପଣ୍ଡା ଜେପି ନଡ୍ଡାଙ୍କୁ ଦର୍ଶନ କରାଇଥିଲେ।
ଶ୍ରୀମନ୍ଦିରରେ ବିମଳା, ମହାଲକ୍ଷ୍ମୀଙ୍କ ମନ୍ଦିର ସହ ଅନ୍ୟାନ୍ୟ ବେଢା ଦର୍ଶନ କରିବା ସହ ପ୍ରାୟ ୪୦ ମିନଟ୍ ବିତାଇଥିଲେ। ନଡ୍ଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ।