ରାଜ୍ୟ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା, ବରଗଡ଼ ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଦେବେ ଯୋଗ

(କେନ୍ୟୁଜ): ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା । ଅପରାହ୍‌ଣରେ ଝାରସୁଗୁଡ଼ାରେ ପହଞ୍ଚିବେ ନଡ୍ଡା । ବରଗଡ଼ ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଯୋଗ ଦେବେ । ଝାରସୁଗୁଡ଼ାରେ ହେବ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ।

ଆସନ୍ତାକାଲି ଭବାନୀପାଟଣାରେ ମହାଜନସମ୍ପର୍କ ଅଭିଯାନରେ ସାମିଲ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କେନ୍ଦ୍ରରେ ମୋଦି ସରକାରର ୯ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ୫୧ଟି ମହା ଜନସଂପର୍କ ଅଭିଯାନ ଅନୁଷ୍ଠିତ ହେଉଥିବା ବେଳେ ଓଡ଼ିଶାରେ ୪ଟି ସଭା ଅନୁଷ୍ଠିତ ହେବ । ମୋଦି ସରକାରଙ୍କ ସଫଳତାକୁ ନେଇ ମହା ଜନସଂପର୍କ ଅଭିଯାନରେ ରାଜ୍ୟର କୋଟିଏ ଲୋକଙ୍କୁ ଛୁଇଁବାକୁ ଯୋଜନା କରିଛି ବିଜେପି ।

Barsha

Recent Posts

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

3 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

8 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

11 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

23 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

41 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

45 mins ago