Below header

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ରାଜନୈତିକ ଓ ସାମାଜିକ ପ୍ରସଙ୍ଗରେ ଚାଲିଛି ଆଲୋଚନା

ଚାଲିଛି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ନୂଆ ସଭାପତି ଭାବେ ମନମୋହନ ସାମଲ ଦାୟିତ୍ୱ ନେବା ପରେ ଏହା ପ୍ରଥମ କାର୍ଯକାରିଣୀ । ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗରେ ହେଉଛି ଆଲୋଚନା ।

ଭୁବନେଶ୍ୱର (କେନ୍ୟୁଜ): ଚାଲିଛି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ନୂଆ ସଭାପତି ଭାବେ ମନମୋହନ ସାମଲ ଦାୟିତ୍ୱ ନେବା ପରେ ଏହା ପ୍ରଥମ କାର୍ଯକାରିଣୀ । ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗରେ ହେଉଛି ଆଲୋଚନା । କେନ୍ଦ୍ରରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା କିପରି ଲୋକଙ୍କ ପାଖରେ ପହଞ୍ଚାଯିବ ସେନେଇ ବୈଠକରେ ଚର୍ଚ୍ଚା ହେଉଛି ।

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଉଛି କାର୍ଯ୍ୟକାରିଣୀ । ତିନି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଅଛନ୍ତି । ଦଳର ସମସ୍ତ ପଦାଧିକାରୀ, ସାଂସଦ, ବିଧାୟକଙ୍କ ସମେତ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେଇଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ଲାଗି ରାଜ୍ୟରେ ରାଜନୈତିକ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ଯଥେଷ୍ଟ ଗୁରୁତ୍ୱ ବହନ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.