ରାଜ୍ୟରେ ବଢୁଛି ଅପରାଧ, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ପ୍ରତିବାଦରେ ଆଜିଠୁ ବିଜେପିର ୩ ଦିନିଆ ଆନ୍ଦୋଳନ

ରାଜ୍ୟରେ ଦିନକୁ ଦିନ ବଢୁଛି ଅପରାଧ, ଶିଶୁ ଅପହରଣ, ଲୁଟ୍‌, ଦୁଷ୍କର୍ମ ଭଳି ଅଭିଯୋଗ କରି ୩ ଦିନିଆ ଆନ୍ଦୋଳନକୁ ଓହ୍ଲାଇବ ବିଜେପି।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ବିଜେପିର ୩ ଦିନିଆ ଆନ୍ଦୋଳନ। ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ଭୁଷୁଡି ଯାଇଥିବା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇବ ଦଳ। ଗତ କିଛି ବର୍ଷ ହେଲା ରାଜ୍ୟରେ ସାଇବର ଅପରାଧ, ଶିଶୁ ଅପହରଣ, ଲୁଟ୍‌, ଦୁଷ୍କର୍ମ ଓ ହତ୍ୟା ଭଳି ଅପରାଧ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଦଳ ଅଭିଯୋଗ କରିଛି। ସେହିପରି
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ତଦନ୍ତ ବାଟବଣା ହୋଇଛି । ଏହାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ବିଜେପି । ୧୪, ୧୫, ୧୬ରେ ବିଜେପି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ।

ଆଜି ଭୁବନେଶ୍ୱରରେ ଓ ଆସନ୍ତାକାଲି ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମାରେ ବିକ୍ଷୋଭ କରାଯିବ। ସେହିପରି ୧୬ରେ ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯିବ। ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ। ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ରବିବାର ସାମ୍ବାଦିକ ସମ୍ମିଳନୀରେ ଏହି ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ବିଧାୟକ ପ୍ରକାଶ ବେହେରା, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.