ବିରୋଧୀଙ୍କୁ ପାଣ୍ଡିଆନଙ୍କ ସମାଲୋଚନା, କହିଲେ ମିଶନଶକ୍ତିକୁ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛି ବିଜେପି
ବିଜେପିର ୯ ସେଲ୍ଫ ଗୋଲ୍ କଥା କହି ସମାଲୋଚନା କଲେ କାର୍ତ୍ତିକ ପାଣ୍ଡିଆନ। କହିଲେ ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି SDC ଗଠନ କରାଯାଇ ନାହିଁ । ବିଜେପି ସରକାରକୁ ଆସିଲେ ଏହାକୁ ବନ୍ଦ କରିବେ। ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ । ଓଡ଼ିଶାରେ ଶାନ୍ତି ଅଛି । ଓଡ଼ିଶାରେ ଦାଦା ବଟି ନାହିଁ। କିନ୍ତୁ ବିଜେଡିରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି ।

ଭୁବନେଶ୍ୱର (କେନ୍ୟୁଜ): ବିଜେପିର ୯ ସେଲ୍ଫ ଗୋଲ୍ କଥା କହି ସମାଲୋଚନା କଲେ କାର୍ତ୍ତିକ ପାଣ୍ଡିଆନ। ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ । ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଓ ଗାଳି ଗୁଲଜ କରୁଛନ୍ତି । ଯାହାକୁ ଓଡ଼ିଶାବାସୀ ପସନ୍ଦ କରୁନାହାନ୍ତି । ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବେ। ନିର୍ବାଚନ ଇସ୍ତାହାରରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି କହିଛି। ଏହାକୁ ବନ୍ଦ କରିବାକୁ ବିଜେଡି ଷଡଯନ୍ତ୍ର କରୁଛି। ଏହା କହିଛନ୍ତି ବିଜେଡି ରଣନୀତିକାର କାର୍ତ୍ତିକ ପାଣ୍ଡିଆନ୍ ।
ସେହିପରି BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି । ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ । କିନ୍ତୁ BSKY ଯୋଜନା ସମସ୍ତଙ୍କ ପାଇଁ । ଏଥିରୁ ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି । ଆଗକୁ BSKY ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ ବୋଲି ସେ କହିଛନ୍ତି । ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର 5T ସ୍କୁଲ, 5T କଲେଜ, ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି । ଯୁବକଙ୍କ ପାଇଁ ବିଜେପି ଇସ୍ତାହାର ରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ଯୋଜନା କରୁଛି ବିଜେପି ।
ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପରିଚୟ ପାଇଁ SDC ଗଠନ କରିଛନ୍ତି । ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି SDC ଗଠନ କରାଯାଇ ନାହିଁ । ବିଜେପି ସରକାରକୁ ଆସିଲେ ଏହାକୁ ବନ୍ଦ କରିବେ। ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ । ଓଡ଼ିଶାରେ ଶାନ୍ତି ଅଛି । ଓଡ଼ିଶାରେ ଦାଦା ବଟି ନାହିଁ । କିନ୍ତୁ ବିଜେଡିରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି । ବିଜେଡ଼ିର ମାଗଣା ବିଦ୍ୟୁତ୍ ଘୋଷଣା ପରେ ବିଜେପିକୁ କରେଣ୍ଟ ଲାଗିଛି ବୋଲି ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ୍ କହିଛନ୍ତି ।