Categories: ରାଜ୍ୟ

ଯାଜପୁର: ଧାନମଣ୍ଡଳରେ ଆୟୋଜିତ ହେଲା ନିଆରା ପୂଜ୍ୟପୂଜା କାର୍ଯ୍ୟକ୍ରମ, ଶତାଧିକ ବୟୋଜ୍ୟେଷ୍ଠ ମାନଙ୍କୁ ବଣ୍ଟାଗଲା କମ୍ବଳ ଓ ସାଲ୍‌

ଯାଜପୁର(କେନ୍ୟୁଜ୍): ଆଲୋଡା ନୁହଁନ୍ତି ମାତା ପିତା । ସେମାନେ ହେଉଛନ୍ତି ଜୀବନ୍ତ ଭଗବାନ୍‌, ଚଳନ୍ତି ପ୍ରତିମା । ସେମାନଙ୍କୁ ଭଲ ପାଇବା, ଉପଯୁକ୍ତ ମର୍ଯ୍ୟଦା ଦେବା ସହ ବୟସର ଅପରାହ୍ନରେ ସମ୍ପୂର୍ଣ୍ଣ ଦାୟିତ୍ୱ ନେବା ହେଉଛି ଆମର କର୍ତ୍ତବ୍ୟ । ଏହି ବାର୍ତ୍ତା ଦେଇ ଯାଜପୁର ଜିଲ୍ଲା ଧାନମଣ୍ଡଳଠାରେ ଆୟୋଜିତ ହୋଇଛି ଏକ ନିଆରା ପୂଜ୍ୟପୂଜା କାର୍ଯ୍ୟକ୍ରମ ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ବୟୋଜ୍ୟେଷ୍ଠ ମାନଙ୍କୁ କମ୍ବଳ ଓ ସାଲ୍‌ ବଣ୍ଟା ଯାଇଥିଲା । କିଟ୍‌ ବିଶ୍ୱବିଦ୍ୟାଳୟର ଅର୍ଥ ବିଭାଗ ନିର୍ଦ୍ଦେଶକ ହେମନ୍ତ କୁମାର ନାୟକ ଓ ସମାଜସେବୀ ସତ୍ୟ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଧାନମଣ୍ଡଳ ଗାଁରେ ଏଭଳି କାର୍ଯ୍ୟକ୍ରମ ପ୍ରତିବର୍ଷ ପାଳିତ ହୋଇଆସୁଛି । ନିଜ ବାପା ମାଆଙ୍କୁ ଭୁଲି ଯାଉଥିବା ଏବଂ ହତାଦାର କରୁଥିବା ବ୍ୟକ୍ତିମାନଙ୍କୁ ଉଚିତ୍‌ ମାର୍ଗକୁ ଆଣିବା ପାଇଁ ଏଭଳି କାର୍ଯ୍ୟକ୍ରମ ସହାୟକ ହେବ ବୋଲି କହିଛନ୍ତି ଯୋଗଦେଇଥିବା ଅତିଥିମାନେ

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

8 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

8 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

9 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

11 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

11 hours ago