ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଜ୍ବାଇଁଙ୍କ ଘରୁ ନଗଦ ୨୨ ଲକ୍ଷ ଟଙ୍କା ଜବତ

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍ । ଏକକାଳୀନ ୯ଟି ସ୍ଥାନରେ ଚଢାଉ କରାଯାଉଛି ।
ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ଚାଲିଛି ଚଢ଼ଉ । ତା ସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍। ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣା ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ ।
ଏପଟେ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଡାକ୍ତର ଜ୍ବାଇଁଙ୍କ ଘରେ ଭିଜିଲାନ୍ସ ଟିମର ଛାନଭିନ । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଡାକ୍ତରଖାନାରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀ । ରେଡ ବେଳେ ନଗଦ ୨୨ ଲକ୍ଷ ଟଙ୍କା ଜବତ ହୋଇଛି । ଆୟର ଉତ୍ସ ନେଇ ଡ. ତପନଙ୍କୁ ପଚରାଉଚରା ଚାଲି ଛି।
ଆହୁରି ପଢ଼ନ୍ତୁ : ଭିଜିଲାନ୍ସ ଜାଲରେ SI, ଏଫଆଇଆର ରଖିବାକୁ ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ