Below header

ଭୁବନେଶ୍ୱର ଏକାମ୍ରରେ ବିଶାଳ ରକ୍ତଦାନ ଶିବିର, ସଂଗ୍ରହ ହୋଇଛି ୫୭୦ ୟୁନିଟ ରକ୍ତ

ଭୁବନେଶ୍ୱର(କେନ୍ଯୁଜ୍): ଭୁବନେଶ୍ୱର ଏକାମ୍ରରେ ବିଶାଳ ରକ୍ତଦାନ ଶିବିର । ସଂଗ୍ରହ ହୋଇଛି ୫୭୦ ୟୁନିଟ ରକ୍ତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ଵାନ କ୍ରମେ ଗତକାଲି ଏକାମ୍ର ର୍ନିବାଚନ ମଣ୍ଡଳୀରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୫୭୦ ୟୁନିଟ ରକ୍ତ ସଂଗ୍ରହ ହୋଇଛି ।

ସ୍ୱେଚ୍ଛାକୃତ ରକ୍ତ ଦାନ ଶିବିରକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ, ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ବିଧାୟକ ଦେବୀ ପ୍ରସାଦ ମିଶ୍ର,ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ରାଉତ, ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.