ଯାଜପୁର: ପ୍ରୟାସ ଅନୁଷ୍ଠାନ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୫୦ୟୁନିଟରୁ ଅଧିକ ରକ୍ତ ସଂଗୃହୀତ

ଯାଜପୁର(କେନ୍ୟୁଜ୍): ଯାଜପୁର ଜିଲ୍ଲା ଚଣ୍ଡିଖୋଲ ପ୍ରେସ କ୍ଲବ ପରିସରରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରୟାସ ପକ୍ଷରୁ ଆଜି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ସାମ୍ବାଦିକ ସଙ୍ଘର ରାଜ୍ୟ ସମ୍ପାଦକ ବେଣୁଧର ପଣ୍ଡା, ବଡ଼ଚଣା ଥାନା ଅଧିକାରୀ ଦୀପକ କୁମାର ଜେନା ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ବହୁ ଯୁବକ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିବା ବେଳେ ଶିବିରରୁ ୫୦ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଅନୁଷ୍ଠାନର କର୍ମକର୍ତ୍ତା ଓ ସଦସ୍ୟ ଶିବିର ପରିଚାଳନା କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.