ରାଜ୍ୟ

ଭୁବନେଶ୍ୱରକୁ ଆବର୍ଜନାମୁକ୍ତ କରିବ “ଟିମ୍ ସାଇନ୍”, ବିଏମସି ଗଠନ କଲା ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ସ୍କ୍ୱାଡ

ଭୁବନେଶ୍ୱର (କେନ୍ୟୁଜ): ସ୍ମାର୍ଟସିଟି ଭୁବନେଶ୍ୱରରେ ଅଳିଆ ଆବର୍ଜନା ନେଇ ନାନାଦି ସମସ୍ୟା ଦେଖାଯାଉଛି । ଏନେଇ ବାରମ୍ବାର ସଚେତନ କରାଯିବା ପରେ ଲୋକଙ୍କୁ ତାଗିଦ୍‌ କରିବା ପାଇଁ ବିଏମ୍‌ସି ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି । ଏଣିକି ରାଜଧାନୀ ଗଳିକନ୍ଦିରେ ବୁଲିବ ବିଏମସିର ଏନଫୋର୍ସମେଣ୍ଟ ସ୍କ୍ବାଡ ‘ଟିମ୍ ସାଇନ’ । ଟିମ୍ ସାଇନ ଅର୍ଥାତ ସାନିଟେସନ ଏବଂ ହାଇଜିନ୍ ଇନିସପେକ୍ସନ ଫର୍ ନିଟ୍ ଏନଭରମେଂଟ । ଆଜି ଏହାର ବିଧିବଦ୍ଧ ଶୁଭାରମ୍ଭ କରିବେ ଭୁବନେଶ୍ୱର ମେୟର ଓ କମିଶନର । ରାଜଧାନୀରେ ୧୦ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍‌ ରହିବେ । ପ୍ରତି ଟିମରେ ୫ ଜଣ ସଦସ୍ୟ ରହିବେ । ଏହି ଟିମର ସଦସ୍ୟମାନେ ଗଳିକନ୍ଦି ବୁଲି ବୁଲି ଯାଞ୍ଚ କରିବେ । ପରିବେଶ ସଫାସୁତୁରା ରଖିବା ପାଇଁ ଲୋକଙ୍କୁ ସଚେତନ କରିବା ସହ କେହି ଘର ସାମ୍ନାରେ ଅଳିଆ ପକାଇଥିଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରିବେ ।

ପ୍ରତି ଟିମର ନେତୃତ୍ୱ ନେବେ ଜଣେ ଅବସରପ୍ରାପ୍ତ ସେନା ଅଧିକାରୀ । ଏହି ଅବସରରେ ବିଏମସି ଟିମ ସାଇନ ବା ଏନଫୋର୍ସମେଣ୍ଟ ଟିମର ରୋଡ଼ ସୋ ଅନୁଷ୍ଠିତ ହୋଇଛି । ବାଣୀବିହାରରୁ ଆଚାର୍ଯ୍ୟବିହାର ଦେଇ ବିଏମସି ଅଫିସ ଯାଏଁ ରୋଡ ସୋ କରାଯାଇଛି । ରାଲି ମାଧ୍ୟମରେ ରାଜଧାନୀ ବାସିନ୍ଦାଙ୍କୁ ସାନିଟେସନ୍ ନେଇ ସଚେତନ କରିବାକୁ ପ୍ରୟାସ କରାଯାଇଛି ।

Barsha

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

8 mins ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

1 hour ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

2 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

2 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

3 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

4 hours ago