ଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଧର୍ମଗଡ(କେନ୍ୟୁଜ୍): କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା କିର୍କାକାନି କେନାଲ ହୁଡା ନିକଟ ଏକ ଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ପାର୍ଥ ରାଉତ (୨୩)ଓ ଦିପା ନାଏକ (୧୬)ବର୍ଷ ବୋଲି ଜଣାପଡିଛି । ଦିପା ଗୋଲାମୁଣ୍ଡା ବ୍ଲକ ସୋଷିଆ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ରୀ ବୋଲି ଜଣାପଡିଛି ।

ଖବରପାଇ ଘଟଣା ସ୍ଥଳରେ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରୀ ଓ ଧର୍ମଗଡ ଥାନା ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଉଭୟ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.