ହଷ୍ଟେଲ ଭିତରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର : ହଷ୍ଟେଲ ଭିତରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର ସହରର ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର ହୋଇଛି l ଆଜି ହଷ୍ଟେଲ ଭିତରେ ରୁମ୍ ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହ ଜବତ କରି ପୋଲିସ ତଦନ୍ତ କରୁଛି ।