ରାଜ୍ୟ

ଆଠମଲ୍ଲିକ: ମହିଧରପୁର ଗାଁ ପୋଖରୀରୁ ଯୁବକର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଆଠମଲ୍ଲିକ(କେନ୍ୟୁଜ୍): ଠାକୁରଗଡ଼ ଥାନା ଅନ୍ତର୍ଗତ ମହିଧରପୁର ଗାଁ ପୋଖରୀରୁ ଯୁବକର ମୃତଦେହ ଉଦ୍ଧାର । ପୋଲିସ ସୂତ୍ର ମୁତାବକ, ଗତ ୨୧ ତାରିଖରେ ଆଠମଲ୍ଲିକ ଉପଖଣ୍ଡ କିଶୋର ନଗର ଥାନା ଅନ୍ତର୍ଗତ ବାଟୀମୁଣ୍ଡା ଗ୍ରାମର ସିପୁନ ନାୟକ(୨୦) ତାଙ୍କ ବାପା ପୁରସ୍ତମ ନାୟକଙ୍କ ସହିତ ଆଠମଲ୍ଲିକକୁ କୋର୍ଟ କାମରେ ଆସିଥିଲେ । ଆଠମଲ୍ଲିକରୁ ଫେରି ସେମାନେ ଠାକୁରଗଡ଼ ଥାନା ଅଂଚଳର ମହିଧରପୁର ଗ୍ରାମକୁ ଆସି ରାତିରେ ରହିଥିଲେ ।

ରାତିରେ ସିପୁନ ମଦ୍ୟପାନ କରି ପାଟିତୁଣ୍ଡ କରିବାରୁ ତା ବାପା ପୁଅକୁ ନନେଇ ଗାଁକୁ ଚାଲିଯାଇଥିଲେ । ତେବେ ଆଜି ସକାଳୁ ସିପୁନର ମୃତଦେହ ଗାଁ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା । ଖବରପାଇ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରହିଛି ପୋଲିସ୍।

Sonalisa

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

4 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

10 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

19 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

19 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

37 mins ago