ବଣେଇ : ବଣେଇ ଉପଖଣ୍ଡର ଜକେଇକଳା ଗାଁ ମୁଣ୍ଡରେ ବିଳମ୍ବିତ ରାତିରେ ଏକ ବୋଲେରୋ ଗାଡ଼ି ଭାରସାମ୍ୟ ହରାଇ ଗଛରେ ବାଡେଇ ହୋଇ ଓଲଟି ପଡିଛି । ଫଳରେ ଗାଡି ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସୂଚନାରୁ ପ୍ରକାଶ, ମହୁଲଡିଆ ଗ୍ରାମର ସ୍ବର୍ଗତ ଧୁବେଇ ଚରଣ ସାହୁଙ୍କ ସାନ ପୁଅ ମୁରଲୀ ଧର ସାହୁ (ପିଙ୍କୁ) OD 07R- 0455 ଗାଡ଼ିରେ ବଣେଇ ଚୈତ୍ର ମେଳା ଦେଖିବାକୁ ଯାଇ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ । କିଛି କାରଣବଶତଃ ତାଙ୍କ ଗାଡି ଭାରସାମ୍ୟ ହରାଇ ଏକ ଗଛରେ ପ୍ରଥମେ ବାଡେଇ ହୋଇ ରାସ୍ତା କଡ଼ରେ ଓଲଟି ପଡ଼ିଥିଲା। ସେହି ରାସ୍ତାରେ ଯାଉଥିବା କିଛି ଲୋକ ଓ ସ୍ଥାନୀୟ ଲୋକେ ଭୟଙ୍କର ଶବ୍ଦ ଶୁଣି ଘଟଣା ସ୍ଥଳରେ ପହଞ୍ଚି ଚାଳକଙ୍କୁ ବାହାର କରିବା ସହିତ ବଣେଇ ପୋଲିସ ଓ ୧୦୮ ଆମ୍ବୁଲାନ୍ସକୁ ଜଣାଇଥିଲେ । ପରେ ପୋଲିସ ଉପସ୍ଥିତିରେ ଗୁରୁତର ଥିବା ଚାଳକଙ୍କୁ ଆମ୍ବୁଲାନ୍ସ ଯୋଗେ ଉପଖଣ୍ଡ ଚିକିତ୍ସାଳୟକୁ ନିଆ ଯାଇଥିବା ବେଳେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି। ପୋଲିସ ଗାଡ଼ିକୁ ସିଜ୍ କରିବା ସହିତ ଘଟଣାର ତଦନ୍ତ କରୁଛି । ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…