Below header

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେଡି ଓ ବିଜେପି ପ୍ରାର୍ଥୀ ଏକାଠି ଦାଖଲ କଲେ ନୋମିନେସନ୍

ଭୁବନେଶ୍ବର(କେନ୍ୟୁଜ୍) : ଏକାଠି ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ଓ ବିଜେପିର ରାଜ୍ୟସଭା ପ୍ରାର୍ଥୀ। ଏଭଳି କିଛି ରୋଚକ ଦୃଶ୍ୟ ଆଜି ଦେଖିବାକୁ ମିଳିଛି ବିଧାନସଭାର ସ୍ୱତନ୍ତ୍ର ପ୍ରକୋଷ୍ଠରେ। ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରଥମେ ବିଜେଡି ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର ଦାଖଲ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ପ୍ରାର୍ଥୀ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

nominationଏହା ପରେ ବିଜେଡି ସମର୍ଥିତ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥିପତ୍ର ଦାଖଲ କରିବାକୁ ଆସିଥିଲେ। ଆଉ ଅଶ୍ୱିନୀଙ୍କ ପ୍ରାର୍ଥୀପତ୍ର ଦାଖଲ ବେଳେ ଅମର ଓ ସସ୍ମିତଙ୍କ ସହ ବିଜେଡିର କିଛି ନେତା ଉପସ୍ଥିତ ଥିଲେ। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ଜୁଲାଇ ୫ରେ ଓଡ଼ିଶାର ୩ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ । ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ହେବ ଭୋଟ ଗ୍ରହଣ। ସଂଧ୍ୟା ୫ଟାରେ ହେବ ଭୋଟ ଗଣତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.