ବାଲେଶ୍ଵର ଚାନ୍ଦିପୁରରୁ ସୁପରସୋନିକ କ୍ରୁଜ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ

ବାଲେଶ୍ଵର (କେନ୍ୟୁଜ୍): ବାଲେଶ୍ଵର ଚାନ୍ଦିପୁରରୁ ସୁପରସୋନିକ କ୍ରୁଜ଼ ମିସାଇଲ ବ୍ରହ୍ମୋସ୍ ର ସଫଳ ପରୀକ୍ଷଣ । ଏହି ମିସାଇଲ ଋଷ ଓ ଭାରତର ମିଳିତ ସହଯୋଗରେ ନିର୍ମିତ ହୋଇଛି । ଏହି କ୍ଷେପଣାସ୍ତ୍ରକୁ ଯେକୌଣସି ପରିସ୍ଥିତିରେ ସ୍ଥଳଭାଗ, ଯୁଦ୍ଧ ଜାହାଜ ଓ ରେଳ ଲଞ୍ଚରରୁ ଉତକ୍ଷେପଣ କରାଯାଇପାରିବ । ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ୍ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଂଜିନ ବ୍ୟବହାର କରାଯାଇଛି । ୩ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରହିଛି ।
ବାୟୁସେନାର ଯୁଦ୍ଧ ବିମାନରୁ ୪ ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟ କରିପାରିବାର କ୍ଷମତା ରଖିଛି। ଘଣ୍ଟା ପ୍ରତି ୩ହଜାର ୪ଶହ କିଲୋମିଟରରୁ ୩ହଜାର ୭ଶହ କିଲୋମିଟର ବେଗରେ ଗତି କରିପାରୁଥିବା ସୁପର ସୋନିକ କ୍ରୁଜ଼ ମିସାଇଲ ବ୍ରହ୍ମୋସ୍ କୁ ୨୦୦୬ ମସିହାରୁ ପ୍ରତିରକ୍ଷା ବିଭାଗରରେ ବ୍ୟବହାର କରାଯାଇଛି । ଏହାର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଏବଂ ଓଜନ ୩ ହଜାର । ଏହା ଭାରତର ବ୍ରହ୍ମପୁତ୍ର ନଦୀ ଓ ରୁଷର ମସ୍କଭା ନଦୀର ନାମ ଅନୁସାରେ ଏହାର ନାମ କରାଯାଇଛି ।