Categories: ରାଜ୍ୟ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୩ତମ ସମାବର୍ତ୍ତନ ଉତ୍ସବ, ଯୋଗ ଦେଲେ ରାଜ୍ୟପାଳ

ବ୍ରହ୍ମପୁର(କେନ୍ୟୁଜ୍) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୩ତମ ସମାବର୍ତ୍ତନ ଉତ୍ସବ ଆଜି ମହାସମାରୋହରେ ବିଜୁପଟ୍ଟନାୟକ ଅଡ଼ିଟୋରିୟମ୍‌ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍ ଯୋଗ ଦେଇ ଉତ୍ସବର ଶୁଭାରମ୍ଭ କରିଥିଲେ । ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ନାଗେଶ୍ୱର ରାଓ ଏହି ସମାବର୍ତ୍ତନଉତ୍ସବରେ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରଦାସ ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।

ଏହି ଉତ୍ସବରେ ୫ଜଣଙ୍କୁ ଡ଼ିଲିଟ୍, ଜଣଙ୍କୁ ଡ଼ିଏସସି,୮୩ଜଣଙ୍କୁ ପିଏଚଡ଼ି ଏବଂ ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ହାସଲ କରିଥିବା ୩୨ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯାଇଥିଲା । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଓଡ଼ିଶାର ଏକ ନମ୍ବର ବିଶ୍ୱବିଦ୍ୟାଳୟ ରୂପେ ଗଢ଼ି ତୋଳିବାରେ ଛାତ୍ରଛାତ୍ରୀଙ୍କ ଭୂମିକା ବେଶ ରହିଛି ।

ତେଣୁ ଛାତ୍ରଛାତ୍ରୀ ମାନେ ନିଜର ବିଶ୍ୱବିଦ୍ୟାଳୟକୁ ସଫଳତାର ଶୀର୍ଷ ସ୍ଥାନରେ ପହଞ୍ଚାଇବାକୁ ହେଲେ ସେମାନେ ସର୍ବଦା ଅଦମ୍ୟ ପରିଶ୍ରମ କରିବା ଆବଶ୍ୟକ ବୋଲି ମହାମହିମ ରାଜ୍ୟପାଳ ଛାତ୍ରଛାତ୍ରୀଙ୍କୁ ଉପଦେଶ ପ୍ରଦାନ କରିବା ସହିତ ସମସ୍ତ ଡ଼ିଗ୍ରୀ ଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କୁ ଶପଥ ପାଠ ମଧ୍ୟ କରିଥିଲେ । ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀ,କର୍ମଚାରୀ,ଅଧ୍ୟାପକ ଓ ଅଧ୍ୟାପିକା ମାନେ ଉପସ୍ଥିତ ରହିଥିଲେ ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago