୨୧ରୁ ବିଧାନସଭା ବଜେଟ ଅଧିବେଶନ : ଫେବ୍ରୁଆରୀ ୨୪ରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଫେବ୍ରୁଆରି ୨୧ରୁ ବିଧାନସଭା ବଜେଟ୍‌ ଅଧିବେଶନ । ୨୪ ତାରିଖରେ ଉପସ୍ଥାପନ ହେବ ୨୦୨୩-୨୪ ପାଇଁ ରାଜ୍ୟ ବଜେଟ୍‌ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିବେ । ବଜେଟ୍‌ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ରଖିବେ ।

ଖବର ଅନୁଯାୟୀ, ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ । ଏହା ପରେ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ଯାଏଁ ଚାଲିବ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ । ଏହାରି ମଧ୍ୟରେ ଫେବୃଆରୀ ୨୪ରେ ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ୍‌ । ଆଗାମୀ ବର୍ଷ ନିର୍ବାଚନ ଥିବାରୁ ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌ ହୋଇପାରେ ବୋଲି ଅନୁମାନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.