ବୁର୍ଲା ଭିସୁଟ ପ୍ରଫେସର ନିଲମ୍ବିତ, ଜାଣନ୍ତୁ କାହିଁକି ଏପରି କାର୍ଯ୍ୟାନୁଷ୍ଠାନ ନେଲେ କୁଳପତି

ସମ୍ବଲପୁର : ବୁର୍ଲା ଭିସୁଟ ପ୍ରଫେସର ନିଲମ୍ବିତ । ହ୍ୟୁମାନିଟିଜ୍ ବିଭାଗର ସହଯୋଗୀ ପ୍ରଫେସର ଡ. ଜୟପ୍ରକାଶ ପରମଗୁରୁଙ୍କୁ ନିଲମ୍ବନ କରିଛନ୍ତି କୁଳପତି । କ୍ଲାସ ନ କରି ନିଶାସକ୍ତ ଅବସ୍ଥାରେ କାର୍ଯ୍ୟାଳୟକୁ ଆସିବା, ନିଶାଶକ୍ତ ଅବସ୍ଥାରେ କ୍ଲାସ ରୁମରେ ଶୋଇବା ଅଭିଯୋଗରେ ନିଲମ୍ବିତ କରାଯାଇଥିବା ପତ୍ରରେ ଦର୍ଶାଯାଇଛି । ଏହି ନିଲମ୍ବନ ସମୟରେ ସେ ପାଠ ପଢାଇ ପାରିବେ ନାହିଁ । ମୁଖ୍ୟ କାର୍ଯ୍ୟାଳୟକୁ ଆସି ଛୁଟିଦିନ ବ୍ୟତୀତ ଅନ୍ୟ ସବୁଦିନ ବାୟୋମେଟ୍ରିକରେ ଦିନକୁ ଦୁଇଥର ଉପସ୍ଥାନ ପକାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସେହିପରି କୁଳପତିଙ୍କ ବିନା ଅନୁମତିରେ ସେ ଛୁଟିରେ ଯାଇପାରିବେ ନାହିଁ ବୋଲି ସ୍ପଷ୍ଟ ନିର୍ଦେଶ ରହିଛି । ପୂର୍ବରୁ ମଧ୍ୟ ନିଶାସେବନ କରି ଆସୁଥିବାରୁ ତାଙ୍କ ବିରୋଧରେ କେତେକ ମହିଳା ସହକର୍ମୀ ଅଭିଯୋଗ କରିଥିଲେ । ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଫେସର ଦୀପକ କୁମାର ସାହୁ କାର୍ଯ୍ୟରେ ଅବହେଳା ପାଇଁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ।
ଆହୁରି ପଢ଼ନ୍ତୁ : ମଧ୍ୟାହ୍ନ ଭୋଜନ ଖାଇ ୨୦ରୁ ଅଧିକ ଛାତ୍ରୀ ଝାଡ଼ବାନ୍ତିରେ ଆକ୍ରାନ୍ତ, ହସ୍ପିଟାଲରେ ଭର୍ତ୍ତି