Below header

ପୁଣି ବସ୍ ଦୁର୍ଘଟଣା,ଜଣେ ମୃତ ଏବଂ ୧୦ରୁ ଅଧିକ ଆହତ

ବାରିପଦା (କେନ୍ୟୁଜ୍) : ପୁଣି ବସ୍ ଦୁର୍ଘଟଣା । ବାଇକ୍ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି । ବାରିପଦା ଝାରପୋଖରୀଆ ଥାନା ବାଲିସାହିରେ ଘଟିଛି ଏହି ଦୁର୍ଘଟଣା । ସୌରଭ ନାମକ ଏକ ଘରୋଇ ବସ୍ କେନ୍ଦୁଝରରୁ ବାରିପଦାକୁ ଆସୁଥିବାବେଳେ ଜଣେ ବାଇକ୍ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡିଥିଲା । ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଛି, ୧୦ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କୁ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.