Below header

ଗଜପତି: ବଡବଦା ଗାଁ ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ବସ୍, ୨୮ ଆହତ ୨ ଗୁରୁତର

ଗଜପତି(କେନ୍ୟୁଜ୍): ଘାଟିରେ ଓଲଟିଲା ବସ୍ । ୨୮ ଆହତ ୨ ଗୁରୁତର । ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ବଡବଦା ଗାଁ ନିକଟରେ ଥିବା ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ବସ୍‌। ସମସ୍ତ ଆହତଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଡ୍ରାଇଭର ସହ ଜଣେ ଛାତ୍ର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଆଜି ଭୋର ସମୟରେ ଏହି ଦୁର୍ଘଟଣା ହୋଇଛି । ଇସ୍ପାତ ନାମକ ଏକ ବସ କଟକରୁ ପାରଳାଖେମୁଣ୍ଡି ଆସୁଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଖଜୁରୀପଦା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.