ରାଜ୍ୟ

ଡିଭାଇଡରରେ ପିଟିହେଲା ଯାତ୍ରୀବାହୀ ବସ୍ , ଅଳ୍ପକେ ବର୍ତ୍ତିଲେ ୫୦ ରୁ ଅଧିକ ଯାତ୍ରୀ

ଜଳେଶ୍ୱର (କେନ୍ୟୁଜ): ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ବସ୍ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ୫୦ ରୁ ଅଧିକ ଯାତ୍ରୀ । ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ବରରୁ କୋଲକାତା ଅଭିମୁଖେ ଯାଉଥିବା ଦାକ୍ଷାୟାନୀ ନାମକ ଘରୋଇ ଯାତ୍ରୀବାହୀ ବସ୍ ରାତି ପ୍ରାୟ ଗୋଟାଏ ସମୟରେ ଇନ୍ଦିରାଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା । ତେବେ ଏହି ଦୁର୍ଘଟଣାରେ କୌଣସି ଯାତ୍ରୀ ଆହତ ହୋଇ ନଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଡ଼୍ରାଇଭରଙ୍କ ଆଖି ଲାଗି ଯାଇଥିବାରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ବସର ସମସ୍ତ କର୍ମଚାରୀ ଫେରାର ଅଛନ୍ତି । ଖବର ପାଇ ବସ୍ତା ପୋଲିସ ଏବଂ ଜାତୀୟ ରାଜପଥ ପେଟ୍ରୋଲିଂ ଭ୍ଯାନ ପହଞ୍ଚି ଯାତ୍ରୀ ମାନଙ୍କୁ ଅନ୍ଯ ଏକ ବସରେ ଗନ୍ତବ୍ଯ ସ୍ଥଳକୁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago