ରାସ୍ତା ମଝିରେ ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
![bus 1](https://knewsodisha.com/wp-content/uploads/2025/01/bus-1.jpg)
ଯାଜପୁର : ରାସ୍ତା ମଝିରେ ଜଳିଗଲା ବସ୍ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ୧୬ନଂ ଜାତୀୟ ରାଜପଥ ଛତିଆ ନିକଟରେ ଘଟିଛି ଏହି ଅଘଟଣ । ଗତକାଲି ରାତିରେ ଭୁବନେଶ୍ୱରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ ବସରେ ହଠାତ ନିଆଁ ଲାଗି ଯାଇଥିଲା । ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ କରାଯାଇଛି ।
ବସର ବ୍ୟାଟେରୀରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଯାଇଥିବା ସନ୍ଦେହ କରାଯାଉଛି । ବସରେ ହଠାତ୍ ନିଆଁ ଲାଗି ଧୂଆଁ ବାହାରୁଥିବା ଦେଖି ଯାତ୍ରୀମାନେ ତୁରନ୍ତ ଗାଡ଼ିରୁ ଓହ୍ଲାଇ ପଡିଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।