ନିଶ୍ଚିତକୋଇଲି ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

ନିଶ୍ଚିତକୋଇଲିର କଟରପଡା କଳା ପୋଲ ନିକଟରେ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପାଇଁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର (କେନ୍ୟୁଜ): ଆଜି ସକାଳୁ କଟକ-ଚାନ୍ଦବାଲି ରାସ୍ତାରେ ଭୟଙ୍କର ଦୁର୍ଘଟଣା ହୋଇଛି। ନିଶ୍ଚିତକୋଇଲିର କଟରପଡା କଳା ପୋଲ ନିକଟରେ ଦଶ ଚକିଆ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଫଳରେ ଏଥିରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ୩ ମୃତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ମୃତକଙ୍କ ମଧ୍ୟରୁ ୨ ଜଣ ହେଉଛନ୍ତି କେନ୍ଦ୍ରାପଡା ଆଳି ଥାନା ବଡଆଙ୍କୁଅ ଗାଁର ଅନୁସୂୟା ବାରିକ ଓ ରାଜକନିକା ଥାନା ଉଡ଼ିଗିରିଆ ଗାଁର ନଳିନୀକାନ୍ତ ଗାହାଣ। ଦୁଇ ଜଣଙ୍କ ମୃତ୍ୟୁ ଖବର ପାଇବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।  ଏହି ଦୁର୍ଘଟଣାରେ ନଅ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ମାନଙ୍କୁ କଟକ SCB ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.