କୋରାପୁଟ (କେନ୍ୟୁଜ): କୋରାପୁଟରେ ଗଡୁନି ଘରୋଇ ବସ୍ । ଘରୋଇ ବସ୍ ମାଲିକ ସଂଘ ଓ ଘରୋସ୍ ବସ୍ କର୍ମଚାରୀ ସଂଘ ଭିତରେ ବିବାଦକୁ ନେଇ ଆଜି ବସ୍ ଚଳାଚଳ ବନ୍ଦ ରହିଛି । ବସ୍ ଗଡୁ ନଥିବା ବେଳେ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ବସଷ୍ଟାଣ୍ଡରେ ଅନେକ ଘଣ୍ଟା ଧରି ଯାତ୍ରୀମାନେ ଅପେକ୍ଷା କରି ରହିଥିଲେ ।
ସୂଚନା ଅନୁସାରେ ଶୁକ୍ରବାର ସଂଧ୍ୟାରେ ବସ୍ ଚଳାଚଳକୁ ନେଇ ବସ୍ ମାଲିକ ଓ କର୍ମଚାରୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏ ସଂପର୍କରେ ବସ୍ ମାଲିକ ସଂଘକୁ ଜଣାଇଥିଲା କର୍ମଚାରୀ ସଂଘ । ତେବେ ବସ୍ ମାଲିକ ସଂଘ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନଥିବାରୁ ଧାରଣାରେ ବସିଛି କର୍ମଚାରୀ ସଂଘ । ଫଳରେ କୋରାପୁଟରୁ ପ୍ରାୟ ୪୦ଟି ରୁଟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି । ଯେ ପର୍ଯ୍ୟନ୍ତ ସମସ୍ୟାର ସମାଧାନ ହୋଇନି ବସ୍ ଚଳାଚଳ ବନ୍ଦ ରହିବ । ସେପଟେ ବସ୍ ମାଲିକ ସଂଘର କୌଣସି
ପ୍ରତିକ୍ରିୟା ମିଳିପାରିନି ।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…