ରାଜ୍ୟ ସରକାରଙ୍କ ନୀତିଗତ ନିଷ୍ପତ୍ତି : ଧାମରାରେ ହେବ ବାଣିଜ୍ୟିକ ବିମାନ ବନ୍ଦର

ଭଦ୍ରକ(କେନ୍ଯୁଜ୍) : ଧାମରାରେ ହେବ ବାଣିଜ୍ୟିକ ବିମାନ ବନ୍ଦର । ଏ ନେଇ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ଦିଗରେ ପଦକ୍ଷେପ ସ୍ୱରୂପ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏଥିସହ ବନ୍ଦର ବିକାଶ କାର୍ଯ୍ଯର ସମୀକ୍ଷା କରି ଧାମରାରେ ଏକ ଉଚ୍ଚ ମାନର କମ୍ୟୁନିଟି ସ୍ୱାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

aditya Padhiସେହିପରି ଆଉ ଏକ ବୈଠକରେ ଧାମରାରେ ଏକ ବନ୍ଦର ଭିତ୍ତିକ ଶିଳ୍ପ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ହୋଇଛି । ଏଥିଲାଗି ଜମି ନିର୍ଦ୍ଧାରଣ କାର୍ଯ୍ଯ ତ୍ୱରାନ୍ଵିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଭଦ୍ରକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଶିଳ୍ପାଞ୍ଚଳ ପ୍ରତିଷ୍ଠା ପାଇଁ ପ୍ରଥମ ପର୍ଯ୍ଯାୟରେ ୫୦୦ ଏକର ଏବଂ ବିମାନ ବନ୍ଦର ପ୍ରତିଷ୍ଠା ପାଇଁ ୪୪୪ ଏକର ଯାଗା ଚିହ୍ନଟ ହୋଇଥିବା ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ଭଦ୍ରକ ଜିଲ୍ଲାପାଳ ଜଣାଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.