Below header

ସାରା ଓଡ଼ିଶାରେ ଡହ ଡହ ଖରା : ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ

ଆଜି ବି ଗ୍ରୀଷ୍ମକୋପ ଜାରି ରହିଛି । ୪୦.୨ ଡିଗ୍ରୀ ତାପମାତ୍ରା ସହ ଦ୍ୱିତୀୟ ସ୍ଥାନରେ ରହିଛି ରାଜଧାନୀ ଭୁବନେଶ୍ୱର । ଅପରାହ୍‌ଣରେ ତାତି ୪୪ ଡିଗ୍ରୀ ପାର କରିପାରେ ।

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ସାରା ଓଡ଼ିଶା । ଦିନ ବଢିବା ସହ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହେଉଛି । ତାତିରୁ ମିଳୁନି ତ୍ରାହି । ଖରା ତାତି ସାଙ୍ଗକୁ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଛଟପଟ କରୁଛି । ବାହାରକୁ ବାହାରିଲେ ଦେହ ହାତ ମୁହଁ ପୋଡ଼ି ଗଲା ଭଳି ଲାଗୁଛି । ଆଜି ବି ଗ୍ରୀଷ୍ମକୋପ ଜାରି ରହିଛି । ଦିନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା । ସେଠାରେ ସର୍ବୋଚ୍ଚ ତାପମାତ୍ରା ୪୧.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ୪୦.୨ ଡିଗ୍ରୀ ତାପମାତ୍ରା ସହ ଦ୍ୱିତୀୟ ସ୍ଥାନରେ ରହିଛି ରାଜଧାନୀ ଭୁବନେଶ୍ୱର । ଅପରାହ୍‌ଣରେ ତାତି ୪୪ ଡିଗ୍ରୀ ପାର କରିପାରେ ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରଚଣ୍ଡ ତାତି ଆଶଙ୍କା ରହିଛି । ଏସବୁ ଜିଲ୍ଲାକୁ ହିଟେଓ୍ଵଭ୍‌ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାରେ ବି ଅସହ୍ୟ ହେଉଛି ରୌଦ୍ରତାପ । ଉପକୂଳରେ ବି ନିସ୍ତାର ନାହିଁ । ଉପକୂଳ ଅଞ୍ଚଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ଅଧିକ ରହୁଛି । କାଲି ପରେ ଖସିବ ତାତି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆସନ୍ତାକାଲି ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ ତାତି ଓ ଗୁଳୁଗୁଳିରୁ ନିସ୍ତାର ମିଳିପାରେ ।

 

today

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.