Below header

ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ମା’ ଯଶୋଦାଙ୍କ ହାତରନ୍ଧା ଖାଇଲେ ପ୍ରଭୁ ଶ୍ରୀକୃଷ୍ଣ

ଆଜି ହେଉଛି ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ । ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ନାନାଦି ବ୍ୟଞ୍ଜନ । ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ବା ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି । ଗୋଟିଏ କି ଦୁଇପ୍ରକାର ନୁହେଁ ଭଳିକି ଭଳି ୮୫୧ ରୁ ଉର୍ଦ୍ଧ୍ବ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା ।

ପୁରୀ : ଆଜି ହେଉଛି ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ । ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ନାନାଦି ବ୍ୟଞ୍ଜନ । ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ବା ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି । ଗୋଟିଏ କି ଦୁଇପ୍ରକାର ନୁହେଁ ଭଳିକି ଭଳି ୮୫୧ ରୁ ଉର୍ଦ୍ଧ୍ବ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା । ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ଶ୍ରୀ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିବେ ଶ୍ରଦ୍ଧାଳୁ। ଏଥିପାଇଁ ମାତା ମଠରେ ଲାଗିଛି ଗହଳି। ଦୀର୍ଘବର୍ଷ ଧରି ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି । ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି। ବିଶେଷ କରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ।

ଦ୍ୱାପର ଯୁଗରେ ମା ଯଶୋଦା ସ୍ନେହ, ଶ୍ରଦ୍ଧାର ସହ ଏହି ଦିନରେ ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ। ଏହି ପରମ୍ପରାକୁ ବଞ୍ଚାଇ ରଖିଛନ୍ତି ବୈଷ୍ଣବ ଗୌଡ଼ୀୟ ମାନେ । ଏହି ପର୍ବର ଯଥେଷ୍ଟ ପୂର୍ବରୁ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ପାଇଁ ଆରମ୍ଭ ହୁଏ ପ୍ରକ୍ରୀୟା। ଗଞ୍ଜାମ, ଗଜପତି, ପୁରୀ ତଥା ପଶ୍ଚିମବଙ୍ଗର ବହୁ ଶ୍ରଦ୍ଧାଳୁ ରାଧାଙ୍କୁ ସ୍ମରଣ କରି ବହୁ ଶ୍ରମ କରି ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ କରିଥାନ୍ତି। ଏହା ପରେ ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତେ ପ୍ରସାଦ ସେବନ କରିଥାନ୍ତି। ଚଳିତ ବର୍ଷ ପ୍ରସ୍ତୁତ ୮୫୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ ମଧ୍ୟରେ ରହିଥିଲା ସାଧା, ମିଠା କାନିକା, ଖେଚେଡ଼ି ଓ ଘିଅଅନ୍ନ ପରି ୧୭ ପ୍ରକାର ଅନ୍ନ, ୧୮ ପ୍ରକାର ଖିରି, ୫୧ ପ୍ରକାର ତରକାରି, ୧୬୧ ପ୍ରକାର ଚଟଣି। ଗତକାଲି ସକାଳୁ ପରିବା ସବୁ ଅମୁଣିଆ ହେବା ପରେ ଆରମ୍ଭ ହୋଇଥିଲା ବ୍ୟଞ୍ଜନ ପ୍ରସ୍ତୁତି। ଉଭୟ ମହିଳା ଓ ପୁରୁଷ ଭକ୍ତ ମାନେ ପରିବା କଟାକଟି ଓ ରୋଷେଇ କାର୍ଯ୍ୟରେ ଲାଗିଥିଲେ। ରୋଷେଇ ପାଇଁ ବ୍ୟବହୃତ ହୋଇଥିଲା ୨୦ଟି ଚୁଲି।

ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ରାଜ୍ୟର ପାରମ୍ପରିକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା। ଏହି ଅବସରରେ ମାତା ମଠରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଭକ୍ତମାନେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଶୀର୍ବାଦ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେ କରିଥିଲେ। ମଠ ମହନ୍ତ, ସଦସ୍ୟଙ୍କ ଉଦ୍ୟମ ଯୋଗୁଁ ଏତେ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରିବା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି ମାତା ମଠର ମହନ୍ତ। ପ୍ରତି ବର୍ଷ ମାତା ମଠରେ ପ୍ରାୟ ୫୦୦ରୁ ଉର୍ଦ୍ଧ୍ବ ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ ହେଉଥିବା ବେଳେ ଚଳିତବର୍ଷ ୮୫୧ ପ୍ରକାର ରେକର୍ଡ଼ ସଂଖ୍ୟକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା । ବ୍ୟଞ୍ଜନ ଦ୍ଵାଦଶୀ ଅବସରରେ ୧୨ ଫୁଟ ବିଶିଷ୍ଟ ଲକ୍ଷ୍ମୀ ନାରାୟଣଙ୍କ ଭବ୍ୟ ବିଗ୍ରହ,୧୬ ଫୁଟ ବିଶିଷ୍ଟ ଧ୍ୟାନରତ ଶ୍ରୀ ଶିବଶଙ୍କରଙ୍କ ଭବ୍ୟ ବିଗ୍ରହ, ଶ୍ୱେତପଦ୍ମ ପୁଷ୍କରିଣୀ, ବନବିହାରୀ ଜୀଉଙ୍କ ନବ ନିର୍ମିତ ଭବ୍ୟ ନାଟ୍ୟଶାଳା ନା ଜଗମୋହନ ଉନ୍ମୋଚିତ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.