Below header

ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ମିଳିବ ଘର, ୬ ମାସରେ ସଂପୂର୍ଣ୍ଣ ହେବ କାର୍ଯ୍ୟ

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି । ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ମିଳିବ ଘର । ଏହାଦ୍ୱାରା ୫ ଟି ମହାନଗର ନିଗମ ଅଧିନରେ ୯୩୮ଟି ବସ୍ତିର ପ୍ରାୟ ୧ ଲକ୍ଷ ୯୦ ହଜାର ପରିବାରର ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହୋଇପାରିବେ । ଏହି କାର୍ଯ୍ୟ ୬ ମାସ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରାଯିବ । ଏହି ପ୍ରସ୍ତାବ ମୁତାବକ ଯେଉଁଠି ସମ୍ଭବ ହେବ ସେହି ସ୍ଥାନରେ ସମ୍ପତ୍ତିଗତ ଅଧିକାର ତଥା ଯେଉଁଠି ସମ୍ପତ୍ତିଗତ ଅଧିକାର ଦେବାରେ କୌଣସି ଅସୁବିଧା ହେବ, ସେହି ସ୍ଥାନରେ ବସ୍ତିବାସିନ୍ଦାଙ୍କୁ ୪୫ ବର୍ଗ ମିଟର ଯାଏ ଭୂମି ଉପରେ ଭୂମି ଅଧିକାର ପ୍ରଦାନ କରାଯାଇପାରିବ ।

ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବର୍ଷର ଶେଷ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଘର ଯୋଗାଇ ଦିଆଯିବା ନେଇ ନିଷ୍ପତ୍ତି ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.