ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । କିଛି ସମୟ ପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏଥିରେ ମୋଟ୍ ୭ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ବୈଠକରେ ରାଜ୍ୟରେ ବିଧାନ ପରିଷଦ ଗଠନ ପ୍ରସ୍ତାବ ଆସିପାରେ । ଏହା ସହ ଓଡ଼ିଶା ମୋଟର ଯାନ ଆଇନରେ ସଂଶୋଧନ, ଅବକାରୀ ଆଇନରେ ସଂଶୋଧନ ସହ ନଗର ଉନ୍ନୟନ ବିଭାଗ ଓ ଆଇନ ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ୍ରେ ଆଲୋଚନା ହୋଇପାରେ ।