କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ଘଟଣା: DNA ରିପୋର୍ଟ କହିଲା ଝିଅ ହୋଇଛି
ଗତ ସପ୍ତାହରୁ ପୁଅ ଓ ଝିଅ ଅଦଳବଦଳ ନେଇ ଚାଲିଥିଲା ବିବାଦ। ପୂର୍ବରୁ କୋର୍ଟ ଙ୍କ ନିର୍ଦ୍ଦେଶ କ୍ରମେ DNA ଟେଷ୍ଟ କରାଯାଇଥିଲା। କ୍ୟାପିଟାଲ ଥାନା ପୋଲିସ କୋର୍ଟରେ ପୂର୍ବରୁ ଆବେଦନ କରିଥିଲା।
ଭୁବନେଶ୍ୱର(କେନ୍ୟୁଜ୍): କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ଘଟଣାରେ ଆସିଲା ରିପୋର୍ଟ। ଝିଅ ଜନ୍ମ ହୋଇଥିବା ନେଇ ରିପୋର୍ଟରେ ସ୍ପଷ୍ଟ। ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ। ଗତ ସପ୍ତାହରୁ ପୁଅ ଓ ଝିଅ ଅଦଳବଦଳ ନେଇ ଚାଲିଥିଲା ବିବାଦ। ପୂର୍ବରୁ କୋର୍ଟ ଙ୍କ ନିର୍ଦ୍ଦେଶ କ୍ରମେ DNA ଟେଷ୍ଟ କରାଯାଇଥିଲା। କ୍ୟାପିଟାଲ ଥାନା ପୋଲିସ କୋର୍ଟରେ ପୂର୍ବରୁ ଆବେଦନ କରିଥିଲା। ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ୱାଳ, ତାଙ୍କ ପତ୍ନୀ ଓ ଶିଶୁର ସାମ୍ପୁଲକୁ ସଂଗ୍ରହ କରାଯାଇଥିଲା। ରିପୋର୍ଟ ଆସିବା ପରେ ପୁରା ସତ୍ୟ ପଦାକୁ ଆସିଛି।
ସେପଟେ ଉଭୟ ମା’ ଓ ଛୁଆ ସୁସ୍ଥ ଥିବା କହିଛି ଡାକ୍ତରୀ ଟିମ। ଝିଅ ହୋଇଥିବା କଥା ମା’ ମାନୁଥିବା ବେଳେ ବାପା ମାନିବାକୁ ନାରାଜ ଥିଲେ। ଘଟଣାରେ କ୍ୟାପିଟାଲ ଥାନା ଏକ ମାମଲା ରୁଜୁ କରିଥିଲା । କାର୍ଯ୍ୟରେ ଅବହେଳା ଦର୍ଶାଇ ମହିଳା ଆଟେଣ୍ଡାଣ୍ଟଙ୍କୁ ନିଲମ୍ବିତ କରିଥିଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ।